ଓଡ଼ିଶାଲାଇଭ୍ ବ୍ୟୁରୋ

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଗାମୀ କିଛି ଘଣ୍ଟା ଯାଏଁ ରାଜ୍ୟର ଅନେକ ସ୍ଥାନରେ ଏମିତି ବର୍ଷା ଲାଗି ରହିପାରେ। ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା, କୋରାପୁଟ, କଳାହାଣ୍ଡି,ବଲା ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, ବରଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼।BGU

ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଝଡ଼ ତୋଫାନ ହେବାର ଅନୁମାନ କରିଛି ପାଣିପାଗ ବିଭାଗ। ଏଥିସହିତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଲଘୁଚାପ ସମ୍ଭାବନା ରହିଛି।

Comment