ଓଡ଼ିଶାଲାଇଭ୍ ବ୍ୟୁରୋ

ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା। କାହିଁକି ନା ଗୋଟିଏ ଲଘୁଚାପ ପରେ ଏବେ ୧୯ ତାରିଖରୁ ଆଉ ଏକ ଲଘୁଚାପ ଓଡ଼ିଶା ମୁହାଁ ହୋଇଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଏଥିପାଇଁ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅନ୍ୟ ୯ଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।BGUଅନ୍ୟପଟେ ହୀରାକୁଦରେ କ୍ରମାଗତ ଭାବେ ଜଳସ୍ତର ବୃଦ୍ଧି ଘଟୁଛି। ତେଣୁ ଗେଟ୍ ଖୋଲାଯାଇ ପ୍ରତିଦିନ ଜଳ ନିଷ୍କାସନ କରାଯାଉଛି। ଯାହା ଫଳରେ ନଦୀମାନଙ୍କରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କେତେକ ଜିଲ୍ଲାରେ ବନ୍ୟା ଭଳି ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇଛି।

Comment