ଓଡ଼ିଶାଲାଇଭ୍‌ ବ୍ୟୁରୋ

(ନବରଙ୍ଗପୁରରୁ କୁନା ପାତ୍ର): ନବରଙ୍ଗପୁର ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ୁଛି। ଜିଲ୍ଲାରେ ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପମାନ ନିଆଯାଉଛି। ସଂକ୍ରମଣକୁ କିଭଳି ନିୟନ୍ତ୍ରଣ କରି ହେବ ସେନେଇ ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର ଜିଲ୍ଳାସ୍ତରୀୟ ନୋଡାଲ ଅଧିକାରୀମାନଙ୍କ ସହିତ ଏକ ବୈଠକ କରିଛନ୍ତି।

ସ୍ଥାନୀୟ ମିଶନ ଶକ୍ତି ସଭା ଗୃହରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ କୌଣସି ବ୍ୟକ୍ତି କରୋନା ଭୂତାଣୁରେ ସଂକ୍ରମିତ ହେଲେ କିମ୍ବା କରୋନା ଲକ୍ଷଣରହିତ ନଜରକୁ ଆସିଲେ ତୁରନ୍ତ ତାଙ୍କର ଚିକିତ୍ସା କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାପାଇଁ ସମ୍ପୃକ୍ତ ନୋଡାଲ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।BGU

ମହାମାରୀ କରୋନାର ସଫଳ ମୁକାବିଲା ପାଇଁ ହୋଇଥିବା ବୈଠକରେ ନବରଙ୍ଗପୁର ଜିଲ୍ଲାପାଳ ଡକ୍ତର ଅଜିତ କୁମାର ମିଶ୍ରଙ୍କ ସମେତ ଡିଆରଡି ଏପିଡି ରମାକାନ୍ତ ନାୟକ, ଅତିରିକ୍ତ ଜିଲ୍ଲାପାଳ ସୁବାସିସ ମାନସିଂହ, ଉପ ଜିଲ୍ଲାପାଳ ଭାସ୍କର ରୋଇତ, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ଶୋଭାରାଣୀ ମିଶ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ପବିତ୍ର ମୋହନ ପ୍ରଧାନ, ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ, ଜିଲ୍ଲା ଶ୍ରମ ଅଧିକାରୀ ନରେନ୍ଦ୍ର କୁମାର ଗାଇପାଇ, ଏକ୍ସାଇଜ ସୁପେରିଟେଣ୍ଡେଣ୍ଟ ପ୍ରଦୀପ କୁମାର ନାୟକ ଏବଂ ତ୍ରିପତି ବାଲାଜି ସାହୁଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

Comment