ଓଡ଼ିଶାଲାଇଭ୍ ବ୍ୟୁରୋ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଅସୁସ୍ଥ। କରୋନାରୁ ସୁସ୍ଥ ହେବା ପରେ ପୁଣିଥରେ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ଅମିତ ଶାହ। ତାଙ୍କୁ ଦିଲ୍ଲୀର ଏମସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ଗତକାଲି ରାତିରେ ତାଙ୍କୁ ହସ୍ପିଟାଲକୁ ଅଣାଯାଇଛି। ସେଠାରେ ଏକ ସ୍ୱତନ୍ତ୍ର ଟିମ୍ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରୁଥିବା ନେଇ ସୂଚନା ରହିଛି। ବର୍ତ୍ତମାନ ତାଙ୍କର ସ୍ୱାସ୍ଥ୍ୟବସ୍ଥା ଉପରେ ତୀକ୍ଷଣ୍ ନଜର ରଖାଯାଇଛି।BGUକିଛିଦିନ ତଳେ ଅମିତ ଶାହ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅଗଷ୍ଟ ୧୪ ତାରିଖରେ ସେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ। ହେଲେ ଗତକାଲି ଅସୁସ୍ଥତା  କାରଣରୁ ତାଙ୍କୁ ପୁଣିଥରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Comment