ଓଡ଼ିଶାଲାଇଭ୍ ବ୍ୟୁରୋ

ଲଗାଣ ବର୍ଷାରେ ଦୁଇଦିନ ଭିଜିବ ଓଡ଼ିଶା। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ଏବଂ କାଲି ରାଜ୍ୟରେ ବର୍ଷା ଲାଗି ରହିବ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ଏହାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ବିଶେଷକରି ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ବାଲେଶ୍ଵର, ଯାଜପୁର, କେନ୍ଦ୍ରାପଡ଼ା, ସମ୍ଵଲପୁର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ଵର, ଝାରସୁଗୁଡ଼ା ଆଦି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

BGU

ଏଥିସହ ରାଜ୍ୟର ଅନ୍ୟ କେତେକ ଅଞ୍ଚଳରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ। ବର୍ଷା ଯୋଗୁଁ କେନ୍ଦୁଝରର ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ଫୁଲିବ। ତେବେ ୨୧ ତାରିଖରୁ ପାଗରେ ପରିବର୍ତ୍ତନ ଆସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

Comment