ଓଡ଼ିଶାଲାଇଭ୍ ବ୍ୟୁରୋ

ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା। ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଗତ କିଛି ଦିନ ଧରି ଲଘୁଚାପ କାରଣରୁ ବର୍ଷା ଲାଗିରହିଥିଲା। ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିଲା। ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ଦ୍ୱାରା ନଦୀରେ ଜଳପତ୍ତନ ବୃଦ୍ଧି ପାଇବାର ସମ୍ଭାବନା ରହିଛି।BGU

ଅନ୍ୟପଟେ ଆଜିଠାରୁ ଆଉ ଏକ ଲଘୁଚାପ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ମଧ୍ୟ ବର୍ଷା ହେବ ବୋଲି କୁହାଯାଇଛି।

Comment