ଓଡିଶାଲାଇଭ୍ ବ୍ୟୁରୋcorona case-2

  • ଦିନକରେ ୬୪,୫୩୧ ଆକ୍ରାନ୍ତ, ୧,୦୯୨ ମୃତ
  • ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭,୬୭,୨୭୪କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୫୨,୮୮୯କୁ ବୃଦ୍ଧି

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୧,୦୯୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୫୨ ହଜାର ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଆଜି ପୁଣି ୬୪,୫୩୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭,୬୭,୨୭୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୦,୩୭,୮୭୦ ଜଣ ସୁସ୍ଥ ହୋଇଥିବା ବେଳେ ୬,୭୬,୫୧୪ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି।BGUଏଥିସହ ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୫୨,୮୮୯କୁ ବୃଦ୍ଧି ପାଇଛି। ମହାରାଷ୍ଟ୍ରରେ ସର୍ବାଧିକ ୨୦,୬୮୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ତାମିଲନାଡୁରେ ୬,୦୦୭ ଜଣ, ଦିଲ୍ଲୀରେ ୪,୨୨୬ ଜଣ ଓ କର୍ଣ୍ଣାଟକରେ ୪,୨୦୧ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Comment