ଓଡିଶାଲାଇଭ୍ ବ୍ୟୁରୋ

ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ୍‌ କାର୍ଯ୍ୟାଳୟର କେତେକ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ବ୍ଲକ୍ କାର୍ଯ୍ୟାଳୟକୁ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଏନେଇ ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସେହିପରି ନୟାଗଡ଼ ମହିଳା ମହାବିଦ୍ୟାଳୟ କ୍ୟାମ୍ପସ୍‌କୁ ମଧ୍ୟ କଣ୍ଟେନମେଣ୍ଟ ଜୋନ୍ କରାଯାଇଛି। ଅନ୍ୟପଟେ ଓଡ଼ଗାଁ ବ୍ଲକର ୫ଟି ଗ୍ରାମ ପଞ୍ଚାୟତ ଅଧୀନରେ ଥିବା ୨୦ଟି ଗାଁକୁ ଜିଲ୍ଲାପାଳ ପୋମା ଟୁଡ଼ୁ କଣ୍ଟେନ୍‌ମେଣ୍ଟ ମୁକ୍ତ ଅଞ୍ଚଳ ଘୋଷଣା କରିଛନ୍ତି। ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତ ଜୁଲାଇ ୧ ତାରିଖରୁ ଏହି ଗାଁଗୁଡ଼ିକୁ ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା କରିଥିଲା।BGUନୟାଗଡ଼ରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି। ଜିଲ୍ଲାର ମୋଟ ୧,୬୫୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯୦୮ ଜଣ ସୁସ୍ଥ ହୋଇଛନ୍ତି। ଏଥିସହ ୭୩୨ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି।

Comment