ଓଡ଼ିଶାଲାଇଭ୍ ବ୍ୟୁରୋ

କରୋନାରେ ଆଖି ବୁଜିଲେ ଆଉ ୮ ଜଣ ଆକ୍ରାନ୍ତ। ଏଥିସହ ରାଜ୍ୟର କୋଭିଡ୍ ମୃତ୍ୟୁସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାଣ ହରାଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪ ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧା,କଟକ, ପୁରୀ ଓ ଢେଙ୍କାନାଳ ଜିଲ୍ଲାର ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହି ମୃତକମାନେ କରୋନା ସହିତ ଅନ୍ୟ କେତେକ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ ବୋଲି ଜଣାପଡ଼ିଛି। ଏନେଇ ବିସ୍ତୃତ ତଥ୍ୟ ସ୍ୱାସ୍ଥ୍ୟ ବିଭାଗ ଟୁଇଟ କରି ସୂଚନା ଦେଇଛି।BGUଏହାକୁ ମିଶାଇ କେବଳ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁସଂଖ୍ୟା ୧୬୬କୁ ବୃଦ୍ଧି ପାଇଛି। ଏହା ପଛକୁ ଖୋର୍ଦ୍ଧାରେ ଏହି ସଂଖ୍ୟା ୫୨, କଟକରେ ୧୯, ପୁରୀରେ ୧୦,ଗଜପତିରେ ୧୬, ରାୟଗଡାରେ ୧୭ ଓ ସୁନ୍ଦରଗଡ଼ରେ ୨୪ ରହିଛି।

Comment