ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଏବେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ମଧ୍ୟ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଉଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୧୦  ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି।

ଜଗତସିଂହପୁର, ବାଲେଶ୍ୱର,ମୟୂରଭଞ୍ଜ, ଭଦ୍ରକ, ଯାଜପୁର,କେନ୍ଦ୍ରାପଡ଼ା, ଢେଙ୍କାନାଳ, ବୌଦ୍ଧ, କଟକ ଓ ଅନୁଗୁଳ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ କିଛି କିଛି ଅଞ୍ଚଳରେ ପାଣି ଜମି ବନ୍ୟା ହେବା ଭଳି ମଧ୍ୟ ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି କୁହାଯାଇଛି।BGUଅନ୍ୟପଟେ କେନ୍ଦୁଝର, ଦେବଗଡ଼, ସମ୍ବଲପୁର, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଠାରେ ମଧ୍ୟ କଚ୍ଚା ଘରଗୁଡ଼ିକୁ ଧ୍ୟାନରେ ରଖିବା ସହିତ ପାଣି କିଭଳି ଭାବେ ଜମା ନହୁଏ ସେଥିପ୍ରତି ଧ୍ୟାନ ଦେବାକୁ କୁହାଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟରେ ବର୍ଷା ଲାଗି ରହିବ। ତେଣୁ ଏହାକୁ ଦୃଷ୍ଟିରେ ରଖି ଏହି ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Comment