ଓଡ଼ିଶାଲାଇଭ୍ ବ୍ୟୁରୋ
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ ଦୁଇଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ଅଗଷ୍ଟ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ଏହି ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ ଜିଲ୍ଲାର କେତେକ ଅଞ୍ଚଳରେ ବର୍ଷା ହୋଇପାରେ। ଅନ୍ୟପଟେ ବର୍ଷା ପ୍ରଭାବରୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି। ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହିତ ଚାଷ ଜମିରେ ମଧ୍ୟ ନଦୀପାଣି ପଶିଛି।


















