ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଯାହାର ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ପାଣିପାଗ ବିଭାଗର କହିବା ଅନୁଯାୟୀ ଅଗଷ୍ଟ ୨୪ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ପ୍ରଥମ ପର୍ଯ୍ୟାୟରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଏହାପରେ ସମଗ୍ର ଓଡ଼ିଶାରେ ଅଳ୍ପ କିଛି ପରିମାଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।BGUଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ ଓ ବୌଦ୍ଧକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comment