ଓଡ଼ିଶାଲାଇଭ୍ ବ୍ୟୁରୋ
ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ଉତ୍ସବ ମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକମାନଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି।
ଆମର ଚାଷୀ ଭାଇ ମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ । ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି ।
ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।
ନୂଆଁଖାଇ ଜୁହାର ।
— Narendra Modi (@narendramodi) August 23, 2020
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ କରି ଲେଖିଛନ୍ତି ଯେ, ଆମର ଚାଷୀ ଭାଇମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ। ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି। ଏଥିସହିତ ପ୍ରଧାନମନ୍ତ୍ରୀ ମୋଦୀ ସମସ୍ତଙ୍କ ଉନ୍ନତି କାମନା କରିବା ସହିତ ନୂଆଁଖାଇ ଜୁହାର ଜଣାଇଛନ୍ତି।
ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍। #NuakhaiJuhar #ନୂଆଁଖାଇଜୁହାର🙏 pic.twitter.com/et39pij6Pb
— Naveen Patnaik (@Naveen_Odisha) August 23, 2020
ସେହିପରି ମୁଖ୍ୟମନ୍ତ୍ରୀ ନବୀନ ମଧ୍ୟ ଟୁଇଟର ଜରିଆରେ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସମୃଦ୍ଧି କାମନା କରିଛନ୍ତି। ଅନ୍ୟପଟେ ଲୋକସଭା ବାଚସ୍ପତି ଓମ ବିର୍ଲା, ଉପ-ରାଷ୍ଟ୍ରପତି ଭେଙ୍କୟା ନାଇଡୁ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ୍ୟ ନୂଆଁଖାଇ ଅବସରରେ ନିଜର ଶୁଭେଚ୍ଛା ଜଣାଇଛନ୍ତି।


















