ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ଉତ୍ସବ ମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକମାନଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ କରି ଲେଖିଛନ୍ତି ଯେ, ଆମର ଚାଷୀ ଭାଇମାନଙ୍କର କଠିନ ପରିଶ୍ରମର ଉତ୍ସବ ହେଉଛି ପବିତ୍ର ନୂଆଁଖାଇ। ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳୁଛି। ଏଥିସହିତ ପ୍ରଧାନମନ୍ତ୍ରୀ ମୋଦୀ ସମସ୍ତଙ୍କ ଉନ୍ନତି କାମନା କରିବା ସହିତ ନୂଆଁଖାଇ ଜୁହାର ଜଣାଇଛନ୍ତି।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ମଧ୍ୟ ଟୁଇଟର ଜରିଆରେ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସମୃଦ୍ଧି କାମନା କରିଛନ୍ତି। ଅନ୍ୟପଟେ ଲୋକସଭା ବାଚସ୍ପତି ଓମ ବିର୍ଲା, ଉପ-ରାଷ୍ଟ୍ରପତି ଭେଙ୍କୟା ନାଇଡୁ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ୍ୟ ନୂଆଁଖାଇ ଅବସରରେ ନିଜର ଶୁଭେଚ୍ଛା ଜଣାଇଛନ୍ତି।

Comment