ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ଦୁଇଦିନ ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଲଘୁଚାପର ପ୍ରଭାବରେ ଅଗଷ୍ଟ ୨୪ ତାରିଖରେ ବର୍ଷା ଆରମ୍ଭ ହେବ। କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ମଧ୍ୟ କୁହାଯାଇଛି।BGUପାଣିପାଗ ବିଭାଗ ପକ୍ଷରୁ ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଦେବଗଡ଼, ସୁନ୍ଦରଗଡ଼, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହେବା ସହିତ ଅନ୍ୟ କେତେକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

Comment