ଓଡିଶାଲାଇଭ୍ ବ୍ୟୁରୋ

(ଖୋର୍ଦ୍ଧାରୁ ଦିଲ୍ଳୀପ ନାଇଡୁ): ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଜରିପଡ଼ା ପଞ୍ଚାୟତ ଅନ୍ତର୍ଗତ ଦାଣ୍ଡ ସାହିର ଜଣେ ଯୁବକ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଟାଙ୍ଗି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ସୂଚନା ମିଳିଛି।

ଦାଣ୍ଡ ସାହିର ଚନ୍ଦ୍ରକାନ୍ତ ସାହୁ ନାମକ ଜଣେ ଯୁବକ ଆଜି ପୋଖରୀରେ ଗାଧୋଉଥିଲେ। ଏହି ସମୟରେ ଅସାବଧାନତା ଯୋଗୁଁ ତାଙ୍କ ଗୋଡ଼ ଖସିଯିବାରୁ ସେ ପୋଖରୀରେ ବୁଡ଼ି ଯାଇଥିଲେ। ଖବର ପାଇ ଟାଙ୍ଗି ଅଗ୍ନିଶମବାହିନୀ ଏବଂ ଗ୍ରାମବାସୀମାନେ ଦୀର୍ଘ ସମୟ ଧରି ଖୋଜା ଖୋଜି କଲା ପରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିଲା।BGUପରିବାର ଲୋକେ ଯୁବକଙ୍କୁ ନିକଟସ୍ଥ ଟାଙ୍ଗି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ନେଇଥିବା ବେଳେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Comment