ଓଡିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସମ୍ଭାବ୍ୟ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ୮ଟି ଜିଲ୍ଲାକୁ ଅରେଞ୍ଜ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜିଠାରୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ପ୍ରଥମ ପର୍ଯ୍ୟାୟରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଏହାପରେ ସମଗ୍ର ଓଡ଼ିଶାରେ ଅଳ୍ପ କିଛି ପରିମାଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।BGUଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ ଓ ବୌଦ୍ଧକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comment