ଓଡ଼ିଶାଲାଇଭ୍ ବ୍ୟୁରୋ

  • ରାଜ୍ୟରୁ ଆଜି ୨୭୫୨ ନୂଆ ପଜିଟିଭ୍ ଚିହ୍ନଟ
  • ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୩ ପଜିଟିଭ୍ ଚିହ୍ନଟ
  • ରାଜ୍ୟର ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪,୨୩୧କୁ ବୃଦ୍ଧି

ରାଜ୍ୟରେ ଆଜି ପୁଣି ବଢିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୨୭୫୨ ନୂଆ ପଜିଟିଭ୍ ଚିହ୍ନଟ ହେବା ସହିତ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୪ ହଜାର ଟପିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୦୮ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି। ସେହିଭଳି ବାକି ୧୦୪୪ ଜଣ ଆକ୍ରାନ୍ତ ଲୋକାଲ୍ କେସ୍ ବୋଲି ସ୍ୱାସ୍ଥ୍ୟ ବିଭାଗ ରିପୋର୍ଟ ଦେଇଛି।BGUଗତ କିଛି ଦିନର ଟ୍ରେଣ୍ଡ ଅନୁଯାୟୀ ଆଜି ବି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ପଛକୁ କଟକରୁ ୨୪୭ ଓ ଗଞ୍ଜାମରୁ ୨୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୁଳରୁ ୨୩, ବାଲେଶ୍ୱରରୁ ୧୨୯, ବରଗଡ଼ରୁ ୨୮, ଭଦ୍ରକରୁ ୫୮, ବଲାଙ୍ଗିରରୁ ୧୪, ବୌଦ୍ଧରୁ ୧୧, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧, ଗଜପତିରୁ ୬୦,ଜଗତସିଂହପୁରରୁ ୧୦୧, ଯାଜପୁରରୁ ୨୧୭, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୯୫, କେନ୍ଦ୍ରାପଡ଼ାରୁ ୯୭, କେନ୍ଦୁଝରରୁ ୨୮, କୋରାପୁଟରୁ ୧୭୪, ମାଲକାନଗିରିରୁ ୧୦୧, ମୟୂରଭଞ୍ଜରୁ ୧୩୭, ନବରଙ୍ଗପୁରରୁ ୨୭, ନୟାଗଡ଼ରୁ ୧୦୩, ନୂଆପଡ଼ାରୁ ୮, ପୁରୀରୁ ୧୪୪, ରାୟଗଡ଼ାରୁ ୧୭୭, ସମ୍ବଲପୁରରୁ ୫୫, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୪୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟର ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪,୨୩୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୬,୯୨୪ କରୋନାରୁ ସୁସ୍ଥ ହୋଇଥିବାବେଳେ ଏବେ ବି ୨୬,୮୨୬ ଆକ୍ରାନ୍ତ ସକ୍ରିୟ ଅଛନ୍ତି।

Comment