ଓଡ଼ିଶାଲାଇଭ୍‌ ବ୍ୟୁରୋ

ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ଅଘଟଣ। ମୁମ୍ବାଇରୁ ୧୭୦ କିଲୋମିଟର ଦୂର ରାୟଗଡ ଜିଲ୍ଲାରେ ସୋମବାର ସନ୍ଧ୍ୟାରେ ଏକ ପାଞ୍ଚ ମହଲା ବିଶିଷ୍ଟ କୋଠା ଭୁଶୁଡି ପଡିବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୭ ଜଣ ଆହତ ହୋଇଛନ୍ତି। ଏଥିସହ ଭଙ୍ଗା କୋଠା ତଳେ ଏବେ ବି ୪୦ରୁ ୫୦ ଲୋକ ଫସିରହିଥିବା ଅନୁମାନ କରାଯାଉଛି।

ଘଟଣା ସ୍ଥଳରେ ଏନ୍‌ଡିଆରଏଫ୍‌ ଟିମ୍‌ ଓ ସ୍ଥାନୀୟ ପ୍ରଶାସନ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଆହତ ଲୋକଙ୍କୁ ସ୍ଥାନୀୟ ଏକ ହସ୍ପିଟାଲରେ ଭର୍ତ୍ତି କରାଇଛନ୍ତି।BGU

କୋଠା ଭୁଶୁଡ଼ିବା ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ କରି ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସେହିପରି ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି।ଘଟଣା ସ୍ଥଳରେ ଯଥା ସମ୍ଭବ ସବୁ ସୁବିଧା ଉପଲବ୍ଧ କରାଯିବ ବୋଲି ସେ ଟୁଇଟ କରି କହିଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଧ୍ୟ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଆହତଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବାକୁ ପ୍ରତିଶୃତି ଦେଇଛନ୍ତି।

Comment