ଓଡ଼ିଶାଲାଇଭ୍ ବ୍ୟୁରୋ

(ଖୋର୍ଦ୍ଧାରୁ ଦିଲ୍ଲୀପ ନାଇଡୁ): ମିନି ଟ୍ରକ ସହ ଧକ୍କା ହୋଇ ଦମ୍ପତିଙ୍କ ମୃତ୍ୟୁ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଜଙ୍କିଆ ଥାନା ଅନ୍ତର୍ଗତ ସିକୋ ନିକଟରେ। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିବା ସହ ଟ୍ରକ୍ ଡ୍ରାଇଭରଙ୍କୁ ଅଟକ ରଖିଥିବା ସୂଚନା ମିଳିଛି।

ଗତକାଲି ରଣପୁର ଅଞ୍ଚଳର ବିଦ୍ୟାଧର ପ୍ରଧାନ ଓ ତାଙ୍କ ପତ୍ନୀ ବାଇକରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ଆମ୍ବୁଲାନ୍ସ ଯୋଗେ ଖୋର୍ଦ୍ଧା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।BGUପୋଲିସ ଗାଡ଼ି ଦୁଇଟିକୁ ଜବତ କରିବା ସହ ଟ୍ରକ୍ ଚାଳକଙ୍କୁ ଅଟକ ରଖି ପଚରାଉଚରା କରୁଛି।

Comment