ଓଡ଼ିଶାଲାଇଭ୍ ବ୍ୟୁରୋ
- ଦିନକରେ ୬୦,୯୭୫ ଆକ୍ରାନ୍ତ, ୮୪୮ ମୃତ
- ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୬୭,୩୨୪କୁ ବୃଦ୍ଧି
- ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୫୮,୩୯୦କୁ ବୃଦ୍ଧି
ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଆଉ ୮୪୮ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏଥିସହ ମୋଟ ମୃତ୍ୟୁସଂଖ୍ୟା ୫୮ ହଜାର ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଆଜି ଆଉ ୬୦,୯୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧,୬୭,୩୨୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୪,୦୪,୫୮୫ ଜଣ ସୁସ୍ଥ ହୋଇଥିବା ବେଳେ ୭,୦୪,୩୪୮ଟି ଆକ୍ଟିଭ୍ କେସ୍ ରହିଛି।
ସେହିପରି ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୫୮,୩୯୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ମହାରାଷ୍ଟ୍ରରେ ସର୍ବାଧିକ ୨୨,୪୬୫ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହ ତାମିଲନାଡ଼ୁରେ ୬,୬୧୪ ଜଣ, କର୍ଣ୍ଣାଟକରେ ୪,୮୧୦ ଜଣ ଓ ଦିଲ୍ଲୀରେ ୪,୩୧୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।














