ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ଆଉ ଜଣେ ବିଧାୟକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। କୋରାପୁଟ ଜିଲ୍ଲା ପଟାଙ୍ଗି ବିଧାୟକ ପିତମ ପାଢ଼ୀଙ୍କ କରୋନା ରପୋର୍ଟ ପଜିଟିଭ୍ ଆସିଛି। ଏନେଇ ନିଜେ ବିଧାୟକ ଫେସବୁକ ଜରିଆରେ ସୂଚନା ଦେଇଛନ୍ତି।BGUରିପୋର୍ଟ ପଜିଟିଭ୍ ଆସିବା ପରେ ସେ ଏବେ ହୋମ୍ କ୍ୱାରେଣ୍ଟାଇନରେ ଅଛନ୍ତି। ଏଥିସହ ଗତ କିଛି ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ମଧ୍ୟ ଟେଷ୍ଟ କରାଇନେବାକୁ ସେ ଅନୁରୋଧ କରିଛନ୍ତି।

ଏହା ପୂର୍ବରୁ ମଧ୍ୟ ରାଜ୍ୟର ଅନେକ ନେତା ଓ ମନ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନିକଟରେ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହ, ବିଧାୟକ ଅନନ୍ତ ନାରାୟଣ ଜେନା, ବରଗଡ଼ ସାଂସଦ ସୁରେଶ ପୂଜାରୀ ପ୍ରମୁଖ କରୋନା ପଜିଟିଭ୍ ହୋଇଛନ୍ତି।

Comment