ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ। ବିଶେଷକରି ଉତ୍ତର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରିଛି। ଏଥିସହ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଟକ, ଜଗତସିଂହପୁର, ଢେଙ୍କାନାଳ, ପୁରୀ, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।BGUଅନ୍ୟପଟେ ଆସନ୍ତା କାଲିଠୁ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ସହିତ ୟେଲୋ ୱାର୍ଣ୍ଣିଂ ସହିତ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Comment