ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଏପରିକି କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଅନ୍ୟପଟେ ବର୍ଷାକୁ ଅନୁମାନ କରି ୧୧ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ ଓ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଇଛି। କିଛି ସ୍ଥାନରେ ମାଟି ଧସିବା ଏବଂ ଜଳ ଜମି ରହିବା ଭଳି ସ୍ଥିତି ମଧ୍ୟ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।BGUଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ମାର୍ଶାଘାଇରୁ ସବୁଠୁ ଅଧିକ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଏଥିସହିତ ଚମ୍ପୁଆ, ବାରିପଦା, ବୌଦ୍ଧ, କଙ୍କଡାହାଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିବା କୁହାଯାଇଛି। ପ୍ରବଳ ବର୍ଷା କାରଣରୁ ରାଜ୍ୟର କିଛି ନଦୀ ମଧ୍ୟ ଫୁଲୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Comment