ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଜିଲ୍ଲାମାନଙ୍କୁ ରେଡ୍ ୱାର୍ଣ୍ଣିଂ, ଅରେଞ୍ଜ ୱାର୍ଣ୍ଣିଂ ଓ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ବର୍ଷାର ପରିମାଣ ଢେର ଅଧିକ ରହିବ ବୋଲି କୁହାଯାଇଛି।BGUସେହିପରି ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ମଧ୍ୟ ବର୍ଷା ନେଇ ପୂର୍ବାନୁମାନ କରାଯାଉଛି।

ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାରେ ଅଳ୍ପ ପରିମାଣର ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଜିଲ୍ଲାପାଳମାନଙ୍କୁ ମଧ୍ୟ ଏସଆରସିଙ୍କ ତରଫରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Comment