ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ, କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଥିଲେ। ବର୍ତ୍ତମାନ ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

କରୋନା ମହାମାରୀ ପାଇଁ ଗତ ମାର୍ଚ୍ଚ ମାସରୁ ସ୍କୁଲ, କଲେଜ ବନ୍ଦ ରହିଛି। ସେପ୍ଟେମ୍ବର ପହିଲାରୁ ସ୍କୁଲ, କଲେଜ ଖୋଲିପାରେ ବୋଲି କୁହାଯାଉଥିଲା। ହେଲେ ସଂକ୍ରମଣ ସଂଖ୍ୟା ବଢୁଥିବାରୁ ସ୍କୁଲ, କଲେଜ ଦଶହରା ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଟେଷ୍ଟିଂ ସଂଖ୍ୟା ବଢ଼ିଛି। ଏହାସହ ପଜିଟିଭ୍‌ ଏବଂ ମୃତ୍ୟୁ ହାର କମୁ ଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ।

Comment