ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ନଦୀମାନଙ୍କର ଜଳସ୍ତର ବୃଦ୍ଧି ପାଇବା ସହିତ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ଅନ୍ୟପଟେ ଆଜି ପାଣିପାଗ ବିଭାଗ ପକ୍ଷରୁ ୧୩ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।

ସମ୍ବଲପୁର, ସୋନପୁର, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, କଳାହାଣ୍ଡି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହେବା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଏହି ଜିଲ୍ଲାର କିଛି ଅଞ୍ଚଳରେ ପାଣି ଜମି ବନ୍ୟାଭଳି ସ୍ଥିତି ସୃଷ୍ଟି ହେବାର ମଧ୍ୟ ଆଶଙ୍କା କରାଯାଇଛି।BGUସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ନବରଙ୍ଗପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ବର୍ଷା ହେବା ସହିତ ଜିଲ୍ଲାପାଳଙ୍କୁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Comment