ଓଡ଼ିଶାଲାଇଭ୍ ବ୍ୟୁରୋ

ଝାରସୁଗୁଡ଼ାରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ସହରକୁ ୭ ଦିନ ପାଇଁ ସଟ୍‌ଡାଉନ୍ ଘୋଷଣା କରାଯାଇଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଜିଲ୍ଲା ପ୍ରଶାସନର ସୂଚନା ଅନୁଯାୟୀ ଆସନ୍ତା ୩୦ ତାରିଖରୁ ସେପ୍ଟେମ୍ବର ୫ ତାରିଖ ଯାଏଁ ଝାରସୁଗୁଡ଼ା ସହରରେ ସଟ୍‌ଡାଉନ୍ କଟକଣା ଲାଗୁ ହେବ। ଏହି ସମୟରେ ସକାଳ ୬ଟାରୁ ୧୧ଟା ପର୍ଯ୍ୟନ୍ତ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲିବ। ତେବେ ଜରୁରୀକାଳୀନ ସେବା ଜାରି ରହିବ ବୋଲି ସୂଚନା ମିଳିଛି।BGUବର୍ତ୍ତମାନ ସୁଦ୍ଧା ଝାରସୁଗୁଡ଼ାରେ ୧,୦୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୧୭ ଜଣ ସୁସ୍ଥ ହୋଇଥିବା ବେଳେ ୪୫୮ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। ଏଥିସହ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।

Comment