ଓଡ଼ିଶାଲାଇଭ୍ ବ୍ୟୁରୋ

କରୋନାରୁ ସୁସ୍ଥ ହେବା ପରେ ମଧ୍ୟ ଏମସରେ ଚିକିତ୍ସିତ ହେଉଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇଛନ୍ତି। ଖୁବଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ଏମସ ପକ୍ଷରୁ କୁହାଯାଇଛି।BGUକିଛି ଦିନ ତଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ତାଙ୍କୁ ଦିଲ୍ଲୀର ଏକ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅଗଷ୍ଚ ୧୪ ତାରିଖ ଦିନ ମଧ୍ୟ ଶାହ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଥିଲେ।

ହେଲେ ଅଗଷ୍ଟ ୧୮ ତାରିଖରେ ଅସୁସ୍ଥତା କାରଣରୁ ଶାହ ପୁଣିଥରେ ଏମସରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ଏହାପରେ ଆଜି ସେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହୋଇଛନ୍ତି।

Comment