ଓଡ଼ିଶାଲାଇଭ୍ ବ୍ୟୁରୋCORONA POSITIVE

  • ଦିନକରେ ୭୬,୪୭୨ ଆକ୍ରାନ୍ତ, ୧,୦୨୧ ମୃତ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୩୪,୬୩,୯୭୩କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୬୨,୫୫୦କୁ ବୃଦ୍ଧି

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୬,୪୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ଲକ୍ଷ ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ବିଭାଗର ତାଜା ତଥ୍ୟ ଅନୁଯାୟୀ ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩୪,୬୩,୯୭୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୬,୪୮,୯୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭,୫୨,୪୨୪ଟି ଆକ୍ଟିଭ୍ କେସ୍ ରହିଛି।BGUସେହିପରି ଆଜି ୧,୦୨୧ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୬୨,୫୫୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ମହାରାଷ୍ଟ୍ରରେ ସର୍ବାଧିକ ୨୩,୭୭୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ତାମିଲନାଡ଼ୁରେ ୭,୦୫୦ ଜଣ, କର୍ଣ୍ଣାଟକରେ ୫,୩୬୮ ଜଣ ଓ ଦିଲ୍ଲୀରେ ୪,୩୮୯ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

Comment