ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ପୁଣି ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ସେ ହେଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ। କରୋନା ପଜିଟିଭି ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ନିଜେ ବିଧାୟକ।

ଏଥିସହ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଆଇସୋଲେସନରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି।BGU

‘‘ଭଗବାନଙ୍କ ଆଶୀର୍ବାରୁ ମୋର ସ୍ୱାସ୍ଥ୍ୟ ଅବସ୍ଥା ଏବେ ସ୍ଥିର ରହିଛି। କିନ୍ତୁ ବନ୍ୟା ପ୍ରଭାବିତ ଚାନ୍ଦାବାଲିର ଲୋକଙ୍କୁ ସେବା ଯୋଗାଇ ପାରୁନଥିବାରୁ ମୁଁ ଅତ୍ୟନ୍ତ ଦୁଃଖିତ’’, ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ବ୍ୟୋମକେଶ ରାୟ।

Comment