ଓଡ଼ିଶାଲାଇଭ୍ ବ୍ୟୁରୋ

ହୀରାକୁଦ ଡ୍ୟାମକୁ ବନ୍ୟାଜଳ ପ୍ରବାହ କମିଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମର ଆଉ ୪ଟି ଗେଟ୍ ବନ୍ଦ କରାଯାଇଛି। ବର୍ତ୍ତମାନ ୨୪ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଥିବା ସୂଚନା ମିଳିଛି।

ହୀରାକୁଦ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ଥିବା ବେଳେ ଏବେ ଜଳସ୍ତର ୬୨୫.୭୯ ଫୁଟ ରହିଛି। ବର୍ତ୍ତମାନ ଡ୍ୟାମ ଭିତରକୁ ୪ ଲକ୍ଷ ୩୭ ହଜାର ୬୪୩ କ୍ୟୁସେକ୍ ଜଳ ପ୍ରବେଶ କରୁଛି। ସେହିପରି ଡ୍ୟାମରୁ ୫ ଲକ୍ଷ ୧୩ ହଜାର ୮୮୧ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି।BGUଅନ୍ୟପଟେ କଟକ ମୁଣ୍ଡୁଳିରେ ବର୍ତ୍ତମାନ ୯ ଲକ୍ଷ ୭୯ ହଜାର ୭୧୫ କ୍ୟୁସେକ୍ ଜଳ ପ୍ରବାହିତ ହେଉଥିବା ସୂଚନା ମିଳିଛି। ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ହ୍ରାସ ପାଇଥିବାରୁ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଛି।

Comment