ଓଡ଼ିଶାଲାଇଭ୍ ବ୍ୟୁରୋ

ବୁଧବାର ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି।

ବିଶେଷକରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ କୁହାଯାଇଛି। ସେହିପରି ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଗଜପତି, ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ।BGUଅନ୍ୟପଟେ କିଛି ଜିଲ୍ଲାରେ ଭୟଙ୍କର ବଜ୍ରପାତ ହେବା ନେଇ ମଧ୍ୟ ପାଣିପାଗ ବିଭାଗ ସୂଚନା ଦେଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୁଳରେ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ସୂଚନା ଜାରି କରିଛି।

Comment