ଓଡ଼ିଶାଲାଇଭ୍ ବ୍ୟୁରୋ

ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ସକ୍ରିୟ ହେବାରେ ଲାଗିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।BGU

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏଥିପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଖୋର୍ଦ୍ଧା, ଭଦ୍ରକ, ନୟାଗଡ଼ ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି।

ସେହିପରି ଆସନ୍ତାକାଲି ରାଜ୍ୟର ୯ଟି ଜିଲ୍ଲାରେ ବର୍ଷା ହୋଇପାରେ।  ଏହି ଜିଲ୍ଲାଗୁଡ଼ିକ ହେଲେ ଗଜପତି, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର,ମୟୂରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ।

Comment