ଓଡ଼ିଶାଲାଇଭ୍ ବ୍ୟୁରୋ
ଓଡ଼ିଶା ଉପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାର ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ମଧ୍ୟ ଦେଖାଦେଇଛି। ଅନ୍ୟପଟେ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ଆଜି ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
Weather Forecast & Warning :-
(Valid up to 0830 hrs IST of 04.09.2020) pic.twitter.com/P8I2oH5sFz— Meteorological Centre, Bhubaneswar (@mcbbsr) September 3, 2020
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରାଜ୍ୟର କିଛି ଜିଲ୍ଲା ସମେତ ଉପକୂଳ ଓଡ଼ିଶାରେ ବର୍ଷା ସହିତ ବଜ୍ରପାତ ହୋଇପାରେ। ଏଥିପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାମାନଙ୍କରେ ମଧ୍ୟମ ଧରଣର ବର୍ଷା ହେବା ନେଇ ମଧ୍ୟ ଅନୁମାନ କରାଯାଉଛି।
ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।

















