ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ
- ଦିନକରେ ୮୩,୩୪୧ ଆକ୍ରାନ୍ତ, ୧,୦୯୬ ମୃତ
- ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯,୩୬,୭୪୧କୁ ବୃଦ୍ଧି
- ମୋଟ କରୋନା ମୃତ୍ୟୁସଂଖ୍ୟା ୬୮,୪୭୨କୁ ବୃଦ୍ଧି
ଦେଶରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧,୦୯୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୬୮ ହଜାର ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଆଜି ଗୋଟିଏ ଦିନରେ ୮୩,୩୪୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯,୩୬,୭୪୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୦,୩୭,୧୫୧ ଜଣ ସୁସ୍ଥ ହୋଇଥିବା ବେଳେ ୮,୩୧,୧୨୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।
ସେହିପରି ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା ମୃତ୍ୟୁସଂଖ୍ୟା ୬୮,୪୭୨କୁ ବୃଦ୍ଧି ପାଇଥିବା ସୂଚନା ମିଳିଛି।














