ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତାକାଲି ସୁଦ୍ଧା ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହୋଇପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହୋଇପାରେ। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଏଥିପାଇଁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର,ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ମଧ୍ୟ କୁହାଯାଇଛି।

Comment