ଓଡ଼ିଶାଲାଇଭ୍ ବ୍ୟୁରୋ

ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ହରୀକୁଣ୍ଡ ବରଡ଼ି ନିକଟରେ ଏକ ମାଲବାହୀ ଟ୍ରକରେ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପର ଗୁରୁତର ଅଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

ଟ୍ରକ୍‌ଟି ବ୍ରହ୍ମପୁରରୁ ଭୁବନେଶ୍ଵର ଅଭିମୁଖେ ଆସୁଥିଲା। ତେବେ ବରଡ଼ି ନିକଟରେ ସାମ୍ନାରେ ଯାଉଥିବା ଏକ କୋବି ବୋଝେଇ ଟ୍ରକକୁ ପିଟି ହୋଇଯିବାରୁ  ଟ୍ରକ୍‌ର ସାମ୍ନା ପଟ ଇଞ୍ଜିନରେ ନିଆଁ ଲାଗି ଯାଇଥିଲା। ଏହି ଅଗ୍ନିକାଣ୍ଡରେ ଟ୍ରକ୍ ଡ୍ରାଇଭର  ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ହେଲପରଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ମେଡ଼ିକାଲରେ ଭର୍ତ୍ତି କରିଥିବା ଜଣାପଡ଼ିଛି।BGUଖବର ପାଇ ଅଗ୍ନିଶମବାହୀନି ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସେପଟେ  ବାଲୁଗାଁ ଏସ୍‌ଡିପିଓ ସୁରେଶ ଦାଶ, ବାଲୁଗାଁ ଓ ବାଣପୁର ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛନ୍ତି।

Comment