ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

  • ଦିନକରେ ସର୍ବାଧିକ ୯୦,୬୩୩ ଆକ୍ରାନ୍ତ, ୧,୦୬୫ ମୃତ
  • ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧,୧୩,୮୧୨କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୭୦,୬୨୬କୁ ବୃଦ୍ଧି

ଦେଶରେ ବେକାବୁ ହେଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୯୦ ହଜାରରୁ ଉର୍ଦ୍ଧ୍ଵ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ଲକ୍ଷ ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଆଜି ସର୍ବାଧିକ ୯୦,୬୩୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧,୧୩,୮୧୨କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୧,୮୦,୮୬୫ ଜଣ ସୁସ୍ଥ ହୋଇଥିବା ବେଳେ ୮,୬୨,୩୨୦ଟି ଆକ୍ଟିଭ୍ କେସ୍ ରହିଛି।BGUସେହିପରି ଆଜି ଆଉ ୧,୦୬୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୭୦,୬୨୬କୁ ବୃଦ୍ଧି ପାଇଛି।

Comment