ଓଡ଼ିଶାଲାଇଭ୍ କରୋନା ବ୍ୟୁରୋ

ଆଜି ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୋଟ କରୋନା ମୃତ୍ୟୁସଂଖ୍ୟା ୫୫୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ବିଭାଗର ତାଜା ତଥ୍ୟ ଅନୁଯାୟୀ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ମୃତକମାନେ ସମସ୍ତେ ପୁରୁଷ ଏବଂ ସେମାନଙ୍କର ବୟସ ଯଥାକ୍ରମେ ୩୮,୫୨ ଓ ୫୯ ବର୍ଷ ବୋଲି ସୂଚନା ମିଳିଛି।

ସେହିପରି କଟକର ଜଣେ ୭୦ ବର୍ଷୀୟ ମହିଳା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ଭୁବନେଶ୍ଵର, ବାଲେଶ୍ଵର, କୋରାପୁଟ, କଳାହାଣ୍ଡି, ନୟାଗଡ଼ ଓ ରାୟଗଡ଼ାରେ ଜଣେ ଲେଖାଏଁ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ସେମାନଙ୍କର ବୟସ ଯଥାକ୍ରମେ ୫୩,୫୬,୭୦,୫୫,୫୫ ଓ ୬୦ ବର୍ଷ ବୋଲି ଜଣାପଡ଼ିଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା କୁ ବୃଦ୍ଧି ପାଇଛି।BGUମୃତକମାନେ କରୋନାରେ ଆକ୍ରାନ୍ତ ହେବା ସହ ଡାଇବେଟିସ୍, ହାଇପର୍‌ଟେନ୍‌ସନ୍ ଆଦି ରୋଗରେ ପୀଡ଼ିତ ଥିଲେ ବୋଲି ସ୍ଵାସ୍ଥ୍ୟ ବିଭାଗ ସୂଚନା ଦେଇଛି।

Comment