ଓଡ଼ିଶାଲାଇଭ୍ ବ୍ୟୁରୋ

କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରେ ଦାଖଲ କରିଥିବା ଛାଡ଼ପତ୍ର ପିଟିସନ୍‌କୁ ନେଇ ସୁପ୍ରିମକୋର୍ଟ ଯାଇପାରନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀ। ଏନେଇ ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ ଆଜି ସୂଚନା ଦେଇଛନ୍ତି।

ଅନୁଭବ ଦିଲ୍ଲୀ ପଟିଆଲା କୋର୍ଟରେ ଛାଡ଼ପତ୍ର ପିଟିସନ୍ ଦାଏର କରିଛନ୍ତି। ତେବେ ଏହି ଛାଡ଼ପତ୍ର ମାମଲାକୁ ଓଡ଼ିଶା ସ୍ଥାନାନ୍ତର କରିବା ପାଇଁ ବର୍ଷା ସୁପ୍ରିମକୋର୍ଟରେ ଅପିଲ କରିପାରନ୍ତି। ମାମାଲାର ପରିଚାଳନାରେ ସୁବିଧା ପାଇଁ ଏହାକୁ ଦିଲ୍ଲୀରୁ ଓଡ଼ିଶାକୁ ସ୍ଥାନାନ୍ତର କରିବାକୁ ବର୍ଷା ସୁପ୍ରିମକୋର୍ଟରେ ପିଟିସନ୍ ଦାଖଲ କରିପାରନ୍ତି ବୋଲି ତାଙ୍କ ଓକିଲ ସୂଚନା ଦେଇଛନ୍ତି।

ଅନ୍ୟପଟେ କଟକ ଏସ୍‌ଡିଜେଏମ୍‌ କୋର୍ଟରେ ବର୍ଷା ଦାଖଲ କରିଥିବା ପାରିବାରିକ ହିଂସା ପିଟିସନ୍‌ର ଶୁଣାଣି ଆସନ୍ତା ଅକ୍ଟୋବର ୧୨ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ପ୍ରୋଟେକ୍ସନ ଅଫିସର ରିପୋର୍ଟ ଦାଖଲ କରିନଥିବାରୁ ଶୁଣାଣି ତାରିଖ ଘୁଞ୍ଚିଥିବା ବର୍ଷାଙ୍କ ଓକିଲ କହିଛନ୍ତି।BGUସେହିପରି ପାରିବାରିକ କୋର୍ଟରେ ବର୍ଷା ଦାଖଲ କରିଥିବା ପିଟିସନ୍‌ର ଶୁଣାଣିକୁ ଆସନ୍ତା ଅକ୍ଟୋବର ୧୪ ତାରିଖକୁ ଧାର୍ଯ୍ୟ କରାଯାଇଛି। ଅକ୍ଟୋବର ୧୪ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହୋଇପାରେ ବୋଲି ସୂଚନା ମିଳିଛି।

Comment