ଓଡ଼ିଶାଲାଇଭ୍ ବ୍ୟୁରୋ

ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,”ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜଣେ ଦକ୍ଷ ସଂଗଠକ ସହ ଲୋକଙ୍କ କଲ୍ୟାଣ ପାଇଁ ସେ କରିଯାଇଥିବା କାର୍ଯ୍ୟ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ।”

ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟର ଅନ୍ୟ ବରିଷ୍ଠ ମନ୍ତ୍ରୀ ଏବଂ ବିଧାୟକମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି।

ନରେନ୍ଦ୍ର ସ୍ୱାଇଁ ୨୦୧୫ ମସିହାରେ ରାଜ୍ୟସଭାର ସାଂସଦ ଭାବେ ନିଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ବିଜେଡି ଟିକେଟରେ ରାଜ୍ୟସଭାକୁ ଯାଇ ସେ ଓଡ଼ିଶାର ପ୍ରତିନିଧିତ୍ୱ କରିଥିଲେ। ଏହାପରେ ତାଙ୍କର କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କ ସ୍ଥାନରେ ମୁନା ଖାଁ ରାଜ୍ୟସଭାରେ ପ୍ରତିନିଧିତ୍ୱ କରୁଛନ୍ତି।

LEAVE A REPLY

Please enter your comment!
Please enter your name here