ଓଡ଼ିଶାଲାଇଭ୍ କରୋନା ବ୍ୟୁରୋcorona case-2

 

  • ଦିନକରେ ୯୦,୮୦୨ ଆକ୍ରାନ୍ତ, ୧,୦୧୬ ମୃତ
  • ମୋଟ କରୋନା ପଜିଟିଭ୍ ସଂଖ୍ୟା ୪୨,୦୪,୬୧୪କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୭୧,୬୪୨କୁ ବୃଦ୍ଧି

ଦେଶରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୭୧ ହଜାର ପାର୍ କରିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁଯାୟୀ ଆଜି ୯୦,୮୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ କରୋନା ପଜିଟିଭ୍ ସଂଖ୍ୟା ୪୨,୦୪,୬୧୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୮,୮୨,୫୪୨ଟି ଆକ୍ଟିଭ୍ କେସ୍ ଥିବା ବେଳେ ୩୨,୫୦,୪୨୯ ଜଣ ସୁସ୍ଥ ହୋଇଛନ୍ତି।BGUସେହିପରି ଆଜି ଆଉ ୧,୦୧୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୭୧,୬୪୨କୁ ବୃଦ୍ଧି ପାଇଛି।

Comment