ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କରୋନା ସଂକ୍ରମିତ ହେବା ନେଇ ମନ୍ତ୍ରୀ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି।

ତାଙ୍କ ସହ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଆଇସୋଲେସନ୍‌ରେ ରହିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ରାଜ୍ୟରେ ଜଣକ ପରେ ଜଣେ ରାଜନେତା କରୋନାରେ ଆକ୍ରାନ୍ତ ହେଉଛନ୍ତି। ନିକଟରେ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।BGUସେହିପରି ବିଧାୟକ ଅନନ୍ତ ନାରାୟଣ ଜେନା, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ନିଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ପରି ବହୁ ରାଜନେତା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇସାରିଛନ୍ତି।

Comment