ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଲଘୁଚାପ ଆସୁଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାର ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ସାଙ୍ଗକୁ ବଜ୍ରାପାତ ହୋଇପାରେ ବୋଲି କୁହାଯାଇଛି।

ଏହାରି ପ୍ରଭାବରେ ରାଜ୍ୟରେ ୨ ଦିନ ଧରି ବର୍ଷା ହେବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବ ପଡ଼ିପାରେ ବୋଲି ଆକଳନ କରାଯାଉଛି।

ଅନ୍ୟପଟେ ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇପାରେ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା,ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ କନ୍ଧମାଳରେ ଆଜି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Comment