ଓଡ଼ିଶାଲାଇଭ୍ ବ୍ୟୁରୋ

  • ଓଡ଼ିଶାକୁ ଆସୁଛି ଆଉ ଏକ ଲଘୁଚାପ
  • ୫ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା
  • ୨୧ ଜିଲ୍ଲାକୁ ଦିଆଗଲା ୟେଲୋ ୱାର୍ଣ୍ଣିଂ

ପଶ୍ଚିମ-କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସେପ୍ଟେମ୍ବର ୧୩ ତାରିଖ ବେଳକୁ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ପାଣିପାଗ ବିଭାଗର କହିବା ଅନୁଯାୟୀ, ଲଘୁଚାପର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ୫ ଦିନ ଯାଏ ବର୍ଷା ହେବ। କେତେକ ସ୍ଥାନରେ ଘଡ଼ଘଡ଼ ସହ ବର୍ଷା ହେବ ବୋଲି ମଧ୍ୟ କୁହାଯାଇଛି। ଏଥିପାଇଁ ଜିଲ୍ଲାମାନଙ୍କୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି।BGUଅନ୍ୟପଟେ ଆସନ୍ତାକାଲି ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରି ପାଣିପାଗ ବିଭାଗ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଏହି ସବୁ ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି କୁହାଯାଇଛି।

ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲେ, ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।

Comment