ଓଡ଼ିଶାଲାଇଭ୍ ବ୍ୟୁରୋ

ଆଗାମୀ ଦୁଇ ଦିନ ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା। ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଅନ୍ୟପଟେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ବଜ୍ରାପାତ ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ସେହିପରି କୋରାପୁଟ, ମାଲକାନିଗିର, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି।

ରାଜ୍ୟରେ ବର୍ଷାର ପୂର୍ବାନୁମାନ କରି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comment