ଓଡ଼ିଶାଲାଇଭ୍ ବ୍ୟୁରୋ

  • ଦିନକରେ ୯୬,୫୫୧ ଆକ୍ରାନ୍ତ, ୧,୨୦୯ ମୃତ
  • ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫,୬୨,୪୧୫କୁ ବୃଦ୍ଧି
  • ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୭୬,୨୭୧କୁ ବୃଦ୍ଧି

ଦେଶରେ ବେଲଗାମ ହେଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୯୬,୫୫୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଲକ୍ଷ ଟପିଛି। ଏନେଇ କେନ୍ଦ୍ର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସ୍ଵାସ୍ଥ୍ୟ ମନ୍ତ୍ରାଳୟର ତାଜା ତଥ୍ୟ ଅନୁସାରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫,୬୨,୪୧୫କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୫,୪୨,୬୬୩ ଜଣ ସୁସ୍ଥ ହୋଇଥିବା ବେଳେ ୯,୪୩,୪୮୦ ଜଣ ଚିକିତ୍ସାଧୀନ ଅଛନ୍ତି।BGUସେହିପରି ଆଜି ଗୋଟିଏ ଦିନରେ ୧,୨୦୯ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୭୬,୨୭୧କୁ ବୃଦ୍ଧି ପାଇଛି।

Comment