ଓଡ଼ିଶାଲାଇଭ୍‌ ବ୍ୟୁରୋ

ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବା ନେଇ ଆକଳନ କରାଯାଇଛି।BGU

କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ାରେ ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।

Comment