ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଜଣକ ପରେ ଜଣେ ନେତା, ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏବେ ଏହି ତାଲିକାରେ ଯୋଡ଼ି ହୋଇଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ। ସେ କରୋନା ଆକ୍ରାନ୍ତ ହୋଇଥିବା ନେଇ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି।

ତେବେ ଏବେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି ଓ ସେ ହୋ୍‌ ଆଇସୋଲେସନରେ ଥିବା ଜଣାଇଛନ୍ତି। ଏଥିସହ ଯେଉଁମାନେ ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜର କରୋନା ଟେଷ୍ଟ କରାଇନିଅନ୍ତୁ ବୋଲି ଟୁକୁନି ସାହୁ ଅନୁରୋଧ କରିଛନ୍ତି।BGU

ଟୁକୁନିଙ୍କୁ ପୂର୍ବରୁ ରାଜ୍ୟ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ବିଧାୟକ ଅନନ୍ତ ନାରାୟଣ ଜେନା, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ନିଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ପରି ବହୁ ରାଜନେତା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇସାରିଛନ୍ତି।

Comment